"ଓଡ଼ିଶାର ଇତିହାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
No edit summary |
No edit summary |
||
୩ କ ଧାଡ଼ି: | ୩ କ ଧାଡ଼ି: | ||
{{ଓଡ଼ିଶାର ସଂସ୍କୃତି}} |
{{ଓଡ଼ିଶାର ସଂସ୍କୃତି}} |
||
[[ଫାଇଲ:Hatigumfa.jpg|thumb|right|150px|ଖାରବେଳଙ୍କ ତିଆରି ହାତୀଗୁମ୍ଫାରେ ଥିବା ଶିଳାଲେଖ, ଉଦୟଗିରି]] |
[[ଫାଇଲ:Hatigumfa.jpg|thumb|right|150px|ଖାରବେଳଙ୍କ ତିଆରି ହାତୀଗୁମ୍ଫାରେ ଥିବା ଶିଳାଲେଖ, ଉଦୟଗିରି]] |
||
''' |
'''ଡ଼ିଶାର ଇତିହାସ''' [[ଓଡ଼ିଶା]]ର ଆରମ୍ଭ, [[ଓଡ଼ିଆ ସଭ୍ୟତା]]ର ସୃଷ୍ଟି ଓ ବିକାଶ, [[ଓଡ଼ିଆ ଭାଷା|ଭାଷା]], [[ଓଡ଼ିଆ ସାହିତ୍ୟ|ସାହିତ୍ୟ]], ପରିବେଶ, ଲୋକଙ୍କର ଜୀବନଯାପନ, ଚଳଣି ଆଦିର କ୍ରମାନୁସାରେ ଥିବା ଘଟଣାସବୁକୁ ନେଇ ଗଠିତ । |
||
[[ଫାଇଲ:Kalinga battlefield daya river dhauli hills.jpg|thumb|right|150px|ଧଉଳିରୁ ଦୟାନଦୀର ଦୃଶ୍ୟ]] |
[[ଫାଇଲ:Kalinga battlefield daya river dhauli hills.jpg|thumb|right|150px|ଧଉଳିରୁ ଦୟାନଦୀର ଦୃଶ୍ୟ]] |
୧୨:୩୧, ୨୭ ମାର୍ଚ୍ଚ ୨୦୧୪ ଅନୁସାରେ କରାଯାଇଥିବା ବଦଳ
ଓଡ଼ିଶାର ସଂସ୍କୃତି |
---|
ଲୋକ
|
ପରମ୍ପରା
|
ଭାଷା
ଓଡ଼ିଆ • କୋଶଳୀ • କୁଇ • ଶାନ୍ତାଳି
|
ଖାଦ୍ୟ
|
କଳା ଓ କାରିଗରୀ
|
ସାହିତ୍ୟ
|
କଥାଚିତ୍ର
|
ଡ଼ିଶାର ଇତିହାସ ଓଡ଼ିଶାର ଆରମ୍ଭ, ଓଡ଼ିଆ ସଭ୍ୟତାର ସୃଷ୍ଟି ଓ ବିକାଶ, ଭାଷା, ସାହିତ୍ୟ, ପରିବେଶ, ଲୋକଙ୍କର ଜୀବନଯାପନ, ଚଳଣି ଆଦିର କ୍ରମାନୁସାରେ ଥିବା ଘଟଣାସବୁକୁ ନେଇ ଗଠିତ ।
ସଂକ୍ଷେପରେ
- ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼)
- ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା ।
- କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ (ମିଆଁମାର), ସାମ(ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ (ଭିଏତନାମ), ଚୀନ, ଜବନ (ଜାପାନ), କୁକୁଟ (କୋରିଆ), ମକ୍କସିଖ (ମେକ୍ସିକୋ), ମିସର (ଇଜିପ୍ଟ), ସିମିଳି( ଆରବ), ବାବିଲନ(ଇରାକ) ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସଂମ୍ଭବତଃ ଲୋକତନ୍ତ୍ର ପ୍ରଚଳିତ ଥିଲା ।
- ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼ ଭା ଅନ୍ତର୍ଭୁକ୍ତ ।
- ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ କଳିଙ୍ଗ ଯୁଦ୍ଧ
- ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ ମହାମେଘବାହାନ ଐର ଖାରବେଳଙ୍କ ରାଜତ୍ଵ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ ବିସ୍ତାରିତ । ଜୈନ ଧର୍ମର ପ୍ରସାର ।
- ୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ,ମାଠର,ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ
- ୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ ।[୧] ଯାଜପୁର ରେ ରାଜଧାନୀ ସ୍ଥାପନ ।
- ୧୦୭୮-୧୪୩୪ ଖ୍ରୀ. - ଗଙ୍ଗ ରାଜବଂଶ । ଅନନ୍ତବର୍ମା ଚୋଳଗଙ୍ଗ ଦେବ ଙ୍କ ରାଜତ୍ୱ ପ୍ରାରମ୍ଭ ।
- ୧୦୭୮-୧୧୫୦ ଖ୍ରୀ. - ଚୋଳଗଙ୍ଗ ଦେବଙ୍କ ରାଜୁତି । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ନବୀକରଣ ପ୍ରାରମ୍ଭ | କଟକ ହେଲା ନୂଆ ରାଜଧାନୀ (୧୧୭୦ ଖ୍ରୀ. approx.) |
- ୧୧୭୦-୧୧୯୮ ଖ୍ରୀ. - ଦ୍ୱିତୀୟ ଅନଙ୍ଗଭୀମଦେବ । ଜଗନ୍ନାଥ ମନ୍ଦିରର ନିର୍ମାଣ କାର୍ଯ୍ୟ ସମାପ୍ତ ।
- ୧୨୨୯ ଖ୍ରୀ. - ତୃତୀୟ ଅନଙ୍ଗଭୀମଦେବଙ୍କ ଦ୍ୱାରା ବାରବାଟୀ ଦୂର୍ଗ ନିର୍ମିତ ।
- ୧୨୩୮-୧୨୬୪ ଖ୍ରୀ. - ଲାଙ୍ଗୁଳା ନରସିଂହଦେବ । କୋଣାର୍କ ସୂର୍ଯ୍ୟ-ମନ୍ଦିର ନିର୍ମିତ |
- ୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ ସାମ୍ରାଜ୍ୟ ।
- ୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ ।
- ୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ ।
- ୧୫୬୮ ଖ୍ରୀ. - ଓଡ଼ିଶାର ଶେଷ ସ୍ୱାଧୀନ ହିନ୍ଦୁ ଶାସକ ମୁକୁନ୍ଦଦେବ ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି 'କଳାପାହାଡ଼' ଦ୍ୱାରା ଓଡ଼ିଶା ଅଧିକୃତ ।
- ୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର ।
- ୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର ।
- ୧୮୦୩ ଖ୍ରୀ. - ବ୍ରିଟିଶମାନଙ୍କର ଓଡ଼ିଶା ଅଧିକାର(ଏହା ବ୍ରିଟିଶ ଅଧିକୃତ ଶେଷ ଭାରତୀୟ ରାଜ୍ୟ) ।
- ୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ ଗଠିତ ।
- ୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ ।
- ୧୯୪୮ ଖ୍ରୀ. - ଭୁବନେଶ୍ୱର ନୂତନ ରାଜଧାନୀ (ଏପ୍ରିଲ୍ ୧୩) ।
- ୧୯୫୦ ଖ୍ରୀ. - ସ୍ୱାଧୀନ ଭାରତରେ ଏକ ରାଜ୍ୟ ଭାବେ ଓଡ଼ିଶା ମାନ୍ୟତା-ପ୍ରାପ୍ତ ।
୭ ମ ଶତାବ୍ଦୀ
୭ ମ ଶତାବ୍ଦୀ କାଳରେ ଓଡ଼ିଶାର ନିଜର ଶାସକ ମାନେ ସ୍ୱାଧୀନ ଥିଲେ । ସେତେବେଳେ ଗଙ୍ଗ ବଂଶର ରାଜାମାନେ ଓଡ଼ିଶାରେ ଶାସନ କରୁଥିଲେ , ୭୯୫ ଖ୍ରୀଷ୍ଟାବ୍ଦରେ ୨ୟ ଯଯାତି (ମହାସିବ ଗୁପ୍ତ) ସିଂହାସନ ଆରୋହଣ କରିଥିଲେ । ଓଡ଼ିଶା ଇତିହାସରେ ଏହାକୁ ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ । ସେ ସମ୍ରାଟ ଖାରବେଳଦେଇ ଅନୁପ୍ରାଣିତ ହୋଇ କଳିଙ୍ଗ, କାରଗୋଡ଼ା, ଉତ୍କଳ ଓ କୋଶଳ ଏହି ଚାରିଗୋଟି ଭୂଖଣ୍ଡକୁ ମିଶାଇ ବିଶାଳ ସାମ୍ରାଜ୍ୟ ଗଠନ କରିଥିଲେ । ଓଡ଼ିଶାରେ ଏହି ରାଜବଂଶର ଶାସନ ଖ୍ରୀ. ୩୫୦ରୁ ଆରମ୍ଭ କରି ସୋମ ବଂଶର ଶେଷ ପର୍ଯ୍ୟନ୍ତ ଥିଲା । ଏହି ରାଜ୍ୟକୁ ନେଇ ଗଠିତ ବିଶାଳ ଓଡ଼ିଶାରେ ଅନେକ ଜାତି ଓ ଉପଜାତିରେ ବିଭାଜିତ ହୋଇଥିବାରୁ ଏକ ବିଶେଷ ବଣିକ ଜାତି ଜନ୍ମ ହେଲା ଓ ସେମାନେ ସାଧବ ଭାବରେ ପରିଚିତ ହେଲେ । ଏପରିକି ପ୍ରଥମ ଜନ୍ମଜୟ ମହାଭବ ଗୁପ୍ତ ଗୁପ୍ତ (ଖ୍ରୀ. ୮୮୨-୯୨୨)ଙ୍କ ସୋନପୁର ଅଞ୍ଚଳରେ ପ୍ରଚୁର ବଣିକ ସଙ୍ଘ ଥିବାର ପ୍ରମାଣ ମିଳିଥାଏ । କିନ୍ତୁ ୮ ଶତାବ୍ଦୀରେ ପ୍ରଚୁର ସମ୍ବଳ ଯୋଗୁଁ ଏହି ବାହାର ବାଣିଜ୍ୟ ଲୋପ ପାଇଗଲା ।
ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିଲେ । ସେମାନେ ଚାଷୀମାନଙ୍କ ଠାରୁ କୃଷିଜାତ ସାମଗ୍ରୀ ଆଣି ପେସାଗତ ବେପାରୀଙ୍କୁ କୃଷିଜାତ ଓ ଶିଳ୍ପଜାତ ଦ୍ରବ୍ୟ ଯୋଗାଇବାରେ ସାହାଯ୍ୟ କରୁଥିଲେ । ଏହି କିଣା-ବିକାର ମୁଖ୍ୟ ମାଧ୍ୟମ ଥିଲା ସୁନା, ରୂପା, ମୁଦ୍ରା ଓ କଉଡ଼ି । ଏହି ସମୟରେ ବଙ୍ଗୋପସାଗର କୂଳରେ ଚରିତ୍ରପୁର ନାମକ ବନ୍ଦର ଖୁବ ପ୍ରସିଦ୍ଧି ଲାଭ କରିଥିଲ । ଏହି ବନ୍ଦରଟି ଦେଇ ଚୀନ, ଶ୍ରୀଲଙ୍କା, ଜାଭା ଆଦି ସହ କଳିଙ୍ଗର ବେପାର ବଣିଜ ଚାଲୁଥିଲା । ଓଡ଼ିଶାରେ ଗଙ୍ଗବଂଶ ୧୪୩୪ ଯାଏଁ ଥିଲା । ତାହା ପରେ କପିଳେନ୍ଦ୍ରଦେବ, ପ୍ରତାପରୁଦ୍ରଦେବ, ଗୋବିନ୍ଦ ବିଦ୍ୟାଧର, ମୁକୁନ୍ଦ ହରିଚନ୍ଦନ ଓଡ଼ିଶାର ଶାସକ ଥିଲେ ।
ଆଫଗାନ ଓ ମୋଗଲ ଶାସନ
ପରେ ଓଡ଼ିଶା ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା ମୋଗଲ ମାନଙ୍କ ଶାସନାଧୀନ ହେଲା । ଏହି ସମୟରେ ୧୭୫୫ ଖ୍ରୀ. ବେଳକୁ ଓଡ଼ିଶାରେ ଅତ୍ୟାଚାର, ଲୁଣ୍ଠନ, ଅରାଜକତା ଆଦି ବହୁ ମାତ୍ରାରେ ବ୍ୟାପୀ ଯାଇଥିଲା । ୧୮୦୩ରେ ଇଂରେଜମାନେ ଓଡ଼ିଶା ଅଧିକାର କଲେ । ୧୮୧୭ ଖ୍ରୀ. ରେ ପାଇକ ମାନେ ଇଂରେଜ ବିରୋଧରେ ଲଢ଼େଇ ଆରମ୍ଭ କଲେ । ଇଂରେଜ ମାନେ ନିର୍ମମ ଭାବରେ ଏହି ବିଦ୍ରୋହକୁ ଦମନ କରିଥିଲେ । ୧୮୧୭ରେ ଖୋରଧା ରାଜା ମୁକୁନ୍ଦଦେବ ବନ୍ଦୀ ବେଳେ ମୃତୁ ବରଣ କଲେ ।
ଯଦିଓ ୧୬ଶ ଓ ୧୭ଶ ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି ବାଧା ପାଇଥିଲା ।
ଇଂରେଜ ଶାସନ
୧୮୦୩ ବେଳକୁ ଇଂରେଜ ମାନେ ଓଡ଼ିଶା ଅଧିକାର କଲାବେଳକୁ ଓଡ଼ିଶାର ଏହି ଅର୍ଥନୀତିର ଅଧପତନ ଚରମ ସୀମାରେ ପହଞ୍ଚି ଥିଲା । ଇଂରେଜ ମାନେ ବନିକ ଥିଲେ, ତେଣୁ ଓଡ଼ିଶାକୁ ସେମାନେ ନିଜର କର ଆଦାୟର ମୁଖ୍ୟ ଭାବରେ ଗ୍ରହଣ କରି ୧୮୦୫ ମସିହା ବେଳକୁ ରେଗୁଲେସନ ଆକ୍ଟ (Regulation Act) ଓ ୧୮୦୮ ରେ ଭୂରାଜସ୍ଵ ବନ୍ଦୋବସ୍ତ ପ୍ରଚଳନ କରିଥିଲେ । ୧୮୨୫ ବେଳକୁ ଏକାଧିକ ବନ୍ଦୋବସ୍ତ ପ୍ରଚଳନ ଫଳରେ ଓଡ଼ିଶା ଶିଳ୍ପ ଓ ବାଣିଜ୍ୟର ଧ୍ଵଂସ ସାଧନ ଲକ୍ଷ୍ୟ ରେ ଏଠାରୁ ବିଲାତକୁ କଞ୍ଚାମାଲ ନେଇ ସେଠାରୁ ଓଡ଼ିଶାକୁ କଳ କବଜା ଆମଦାନୀ ବାଣିଜ୍ୟ କାରବାର ଆରମ୍ଭ କରାଯାଇଥିଲା । ଏଠି ସହିତ ଲବଣ କର ଜନସାଧାରଣଙ୍କ ଉପରେ ଲାଗୁ କରାଯାଇଥିଲା ଯାହା ଓଡ଼ିଶାର ସାମାଜିକ ଓ ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ଦେଇଥିଲା ।
ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ ମାରୁଆଡ଼ି ଓ ଗୁଜୁରାଟୀ ବେପାରୀ ଗୋଷ୍ଠୀର ଅଭୂଦୟ ହୋଇଥିଲା । ସେମାନେ ବିଶେଷ କରି ବଙ୍ଗାଳୀ ଓକିଲ ଓ ଅନ୍ୟ ବୁଦ୍ଧିଜୀବୀଙ୍କ ପ୍ରରୋଚନାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ କଞ୍ଚାମାଲ ସଂଗ୍ରହ କରି ଓଡ଼ିଶାର ଅର୍ଥନୀତିର ବଜାରକୁ ନିୟନ୍ତ୍ରଣ କରୁଥିଲେ । ଏଥିରେ ବିଦେଶୀମାନେ ହିଁ ଲାଭବାନ ହେଉଥିଲେ । [୨]
ଜିଲ୍ଲା ଗଠନ
୧୯୩୬ ମସିହା ଅପ୍ରେଲ ପହିଲା ଦିନ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର ଗଞ୍ଜାମ କୋରାପୁଟ ଓ ସମ୍ବଲପୁରକୁ ନେଇ ୩୨,୬୯୫ ବର୍ଗମାଇଲ ଓ ୮୦ଲକ୍ଷ ୪୩ହଜାର ୬୮୧ ଜନସଂଖ୍ୟା କୁ ନେଇ ନୂତନ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୧୯୪୮ ମସିହା ଜାନୁଆରୀ ପହିଲା ତାରିଖରେ ୨୩ଟି ଗଡ଼ଜାତର (ଆଠଗଡ଼, ଆଠମଲ୍ଲିକ, କଳାହାଣ୍ଡି, କେନ୍ଦୁଝର, ଖଣ୍ଡପଡ଼ା, ଗାଙ୍ଗପୁର, ଢେଙ୍କାନାଳ, ତାଳଚେର, ତିଗିରିଆ, ଦଶପଲ୍ଲା, ନରସିଂହପୁର, ନୟାଗଡ଼, ନୀଳଗିରି, ପାଟନା, ପାଲଲହଡ଼ା, ବଉଦ, ବଡ଼ମ୍ବା, ବଣାଇ, ବାମଣ୍ଡା, ରଣପୁର, ରେଢ଼ାଖୋଲ, ସୋନପୁର ଓ ହିନ୍ଦୋଳ) ଓଡ଼ିଶା ସହିତ ମିଶ୍ରଣ ହୋଇଥିଲା । ପରେ ମୟୂରଭଞ୍ଜର ଓଡ଼ିଶା ସହ ମିଶ୍ରଣ ହୋଇଥିଲା । ଏହି ଗଡ଼ଜାତ ମିଶ୍ରଣ ପରେ ଓଡ଼ିଶାର ଲୋକସଂଖ୍ୟା ପହଞ୍ଚିଲା ୧କୋଟି ୪୬ଲକ୍ଷ ୪୫ହଜାର ୯୪୬ରେ ଓ କ୍ଷେତ୍ରଫଳ ହେଲା ୬୦ହଜାର ୧୭୦ ବର୍ଗମାଇଲ । ୧୯୫୦ ଜାନୁଆରୀ ୨୬ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଗହେଲା ମୋଟ ଜିଲ୍ଲା ସଂଖ୍ୟା ହେଲା ୧୩ । ୧୯୯୩ ଏହି ୧୩ଟି ଜିଲ୍ଲା ପୁନର୍ଗଠିତ ହୋଇ ୩୦ଟି ଜିଲ୍ଲା ହେଲା ।
ଆହୁରି ଦେଖନ୍ତୁ
ଟୀକା
- ↑ "History of Orissa". theorissa.com. 2012. Retrieved 5 July 2012.
King Yayati united Kalinga, Kosala and Utkala in 795 AD into a single state and built the Jagannath temple at Puri
- ↑ ଗୋବିନ୍ଦ ପ୍ରସାଦ ଭଟ୍ଟାଚାର୍ଯ୍ୟ. ଅଝାଲ ସିଲାଇ ନିମକ ମହାଲ. ଉନ୍ନୟନୀ (ବାଲେଶ୍ଵର). ୨୦୦୬ ପୃ. ୮୧-୮୨
- ୩.ଓଡିଶା ନିର୍ବାଚନ ମଣ୍ଡଳି[୧] ମ୍ଯାପ୍,